୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୭ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୬।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୪୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୫୯୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୧୭୪୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love