ତିନି ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୭ ଜୀବନ୍ତ ଦଗ୍ଧ

ଇନ୍ଦୋର,୦୭/୦୫: ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲେ ୭ ଜଣ । ଏପରି ଅଭାବନୀୟ ଘଟଣା ଘଟିଛି ମଧ୍ୟପ୍ରଦେଶର ଇନ୍ଦୋରରେ । ଏଠାରେ ଏକ ବିଲ୍ଡିଂରେ ନିଆଁ ଲାଗିଯିବାରୁ ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।

ସୂଚନାନୁସାରେ, ଶୁକ୍ରବାର ବିଳମ୍ବିତ ରାତ୍ରରେ ଇନ୍ଦୋରରେ ଥିବା ଏକ ୩ ମହଲା କୋଠାରେ ନିଆଁ ଲାଗିଯାଇଥିଲା । ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ, ଏହାକୁ ଆୟତ କରିବା କଷ୍ଟକର ଥିଲା । ତେବେ ଅଘ୍ନିକାଣ୍ଡରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି ।

ଖବର ପାଇବା ପରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ନିଆଁକୁ ଆୟତ କରିବାରେ ସଫଳ ହୋଇଥିଲେ । ଏି ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ  ଏମଓ୍ୱାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଏବେସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । କିନ୍ତୁ ସ୍ଥାନୀୟ ଲୋକେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରୁଛନ୍ତି ।

Spread the love