ଆଜି ନୂଆ ଦୁଇ ଜିଲ୍ଲାରେ କରୋନା ପ୍ରବେଶ : ୧୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୩/୦୫: ଆଜି ରାଜ୍ୟରେ ଆଉ ନୂଆ ଦୁଇ ଜିଲ୍ଲା ରେ କରୋନା ପ୍ରବେଶ କରିବା ସହ ୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଓଡ଼ିଶାରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି ।

ଆଜି ଚିହ୍ନଟ ହୋଇଥିବା ୮୦ ଜଣଙ୍କ ମଧ୍ୟରେ  ଗଞ୍ଜାମରୁ ୧୯, ଯାଜପୁରରୁ ୧୪, ବାଲେଶ୍ବରରୁ ୩, ପୁରୀରୁ ୧୭, କଟକରୁ ଜଣେ, ସୁନ୍ଦରଗଡରୁ ୫, ନୟାଗଡରୁ ୫,ବଲାଙ୍ଗିରରୁ ୧ , ମାଲକାନଗିରିରୁ ୫, କନ୍ଧମାଳରୁ ୨, ଝାରୁସୁଗୁଡାରୁ ୩, ନବଙ୍ଗରପୁରରୁ ୧ ଏବଂ ଗଜପତି ଜିଲ୍ଲାରୁ ୪ଜଣ ରହିଥିବା ଜଣାପଡିଛି । ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟ​‌ରେ ୧୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୮୨୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Spread the love