୮ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୮୦୧୫ ପଜିଟିଭ୍‌

ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୦୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୬୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୪୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Spread the love