ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା, ସଂଖ୍ୟା ଛୁଇଁଲା ୩୩୩

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକ ଜିଲ୍ଲାରୁ ୨,  ନୟାଗଡ଼, ଗଞ୍ଜାମ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୯ ମୃତକଙ୍କ ମଧ୍ୟରୁ ୩ ମହିଳା ଥିବା ବେଳେ ୬ ଜଣ ହେଉଛନ୍ତି ପୁରୁଷ।

Spread the love