ପ୍ରଚାର ବେଳେ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ

ଭୁବନେଶ୍ୱରରେ ଆଜି ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭୁବନେଶ୍ୱର ଉତ୍ତର ବିଧାୟକ ପ୍ରାର୍ଥୀ ଅପରାଜିତା ମହାନ୍ତିଙ୍କ ପାଇଁ ପ୍ରଚାର କରୁଥିବା ବେଳେ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ ହୋଇଛି।

ଏଥିରେ 9 ଜଣ ଆହତ ହୋଇଥିବା ବେଳେ 2 ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଭୁବନେଶ୍ୱର ଜିଲ୍ଲା ସାଧାରଣ ସମ୍ପାଦକ ସୁଶାନ୍ତ ସାବତ ଓ ଚନ୍ଦ୍ରଶେଖରପୁର ମଣ୍ଡଳ ସଭାନେତ୍ରୀ ମାନସୀ ମଞ୍ଜରୀ ରାୟ ପାଢ଼ୀଙ୍କ ଅବସ୍ଥା ଗୁରୁତର ରହିଛି।

ସୂଚନା ଅନୁଯାୟୀ, ଏହି କର୍ମୀମାନେ ନୀଳାଦ୍ରି ବିହାର ସ୍ଥିତ ମଙ୍ଗଳା ବସ୍ତିରେ ପ୍ରଚାର କରୁଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। ଏପରିକି ପ୍ରଚାର ଗାଡ଼ିକୁ ଭିତରକୁ ପୂରାଇ ଦେଇ ନଥିଲେ।

Spread the love