ସରକାରଙ୍କ ଘୋଷଣା; ଆଗୁଆ ଭତ୍ତା ମିଳିବ

ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସାମାଜିକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଆଗୁଆ ୪ ମାସର ଦେବା ଲାଗି ସରକାର ଘୋଷଣା କରିଛନ୍ତି।

ଖୁବଶୀଘ୍ର ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସ ପାଇଁ ଆଗୁଆ ଭତ୍ତା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ପରେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହେବେ ।

Spread the love