ରାଜ୍ୟରେ ମୌସୁମୀ ସକ୍ରିୟ, ୬ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି । ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ପାଣିପାଗ ବିଭାଗ ଜାରି କରିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ସୂଚନା ମିଳିଛି । ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ସତର୍କତା ଜାରି ହୋଇଛି । ଅନ୍ୟପଟେ ଓଡ଼ିଶାର ଜୁନ୍ ମାସରେ ନିଅଣ୍ଟିଆ ବର୍ଷା ଗମ୍ଭୀର ସ୍ଥିତି ସୃଷ୍ଟି କରିଛି । ଜୁନରେ ୪୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଜୁନ ମାସରେ ରାଜ୍ୟରେ ୮୧.୩ ମିଲିମିଟର ବର୍ଷା ହୋଇଛି । ସାଧାରତଃ ୧୫୪.୬ ମିଲିମିଟର ବର୍ଷା ହେବା କଥା । ୪୭ ପ୍ରତିଶତ କମ ବର୍ଷା ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Spread the love

Leave a Reply

Your email address will not be published. Required fields are marked *