କିଟ୍ ଓ କିସ୍ରେ ଗଣେଶ ପୂଜା, ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଡ. ସାମନ୍ତ
ଭୁବନେଶ୍ବର: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କିଟ୍ ଓ କିସ୍ ପରିସରରେ ଗଣେଶ ପୂଜା ଧୁମଧାମରେ ପାଳିତ ହୋଇଛି । କିସ୍ ବିଶ୍ୱବିଦ୍ୟାଳୟରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଯୋଗଦେଇ ହୋମଯଜ୍ଞ ଓ ପୁଷ୍ପାଞ୍ଜଳିରେ ସାମିଲ ହୋଇଥିଲେ । ଏହି ଅବସରରେ ସେ ଛାତ୍ରଛାତ୍ରୀଙ୍କୁ ଗଣେଶ ପୂଜାର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ତିଥି ଅନୁସାରେ ଗଣେଶ ପୂଜା ଦିନ କିସ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ହୋଇଥାଏ । ଏହି ଅବସରରେ ଡ. ଅଚ୍ୟୁତ ସାମନ୍ତ ଛାତ୍ରଛାତ୍ରୀଙ୍କୁ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ମଧ୍ୟ ଜଣାଇଥିଲେ । ସେହିପରି କିଟ୍ ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର ଶରଣଜିତ ସିଂହ ଓ ଉପକୁଳପତି ଜ୍ଞାନରଞ୍ଜନ ମହାନ୍ତି ଯୋଗଦେଇ ହୋମଯଜ୍ଞ ଓ ପୁଷ୍ପାଞ୍ଜଳିରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କୁ ଗଣେଶ ପୂଜାର ଶୁଭେଚ୍ଛା ଜଣାଇଥିଲେ । ଶେଷରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା ।
