ସୋଆ ପକ୍ଷରୁ ପଦ୍ମଶ୍ରୀ ଅଶୋକ ମହାପାତ୍ରଙ୍କୁ ଶେଷ ସମ୍ମାନ ପ୍ରଦାନ, ପୁରୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର, ନଭେମ୍ବର ୪: ଭାରତର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୂର୍ବତନ କୁଳପତି ଓ ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ବିଶ୍ୱବିଦ୍ୟାଳୟ ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ଶେଷ ସମ୍ମାନ ପ୍ରଦାନ କରାଯାଇଛି। ସୋମବାର ନୂଆଦୀଲ୍ଲି ଏମ୍ସରେ ପଦ୍ମଶ୍ରୀ ପ୍ରଫେସର ମହାପାତ୍ରଙ୍କର ପରଲୋକ ହୋଇଥିବା ବେଳେ ମଙ୍ଗଳବାର ସନ୍ଧ୍ୟାରେ ତାଙ୍କ ମର ଶରୀର ଭୁବନେଶ୍ୱରକୁ ଅଣାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ସତ୍ୟବାଦୀ ବିଧାୟକ ଶ୍ରୀ ଓମ ପ୍ରକାଶ ମିଶ୍ର ଓ ଦୈତ୍ୟନଗରୀର ପୋଲିସ୍ କମିଶନର ଶ୍ରୀ ସୁରେଶ ଦେବଦତ ସିଂ ପ୍ରମୁଖ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ବିମାନ ବନ୍ଦରରୁ ତାଙ୍କ ମୃତ ଶରୀରକୁ ସୋଆର କ୍ୟାମ୍ପସ-୨କୁ ଅଣାଯାଇ ଶେଷ ଦର୍ଶନ ପାଇଁ ରଖାଯାଇଥିଲା । ସେଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରଭାତି ପରିଡ଼ା, ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ, ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ, ଭୁବନେଶ୍ୱର ଉତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ଭୁବନେଶ୍ୱର ମେୟର ଶ୍ରୀମତି ସୁଲୋଚନା ଦାସ, ପୂର୍ବତନ ସାଂସଦ ଡକ୍ଟର ପ୍ରସନ୍ନ ପାଟ୍ଟଶାଣୀ, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ସୋଆ କ୍ୟାମ୍ପସ୍‌-୨ରେ ପହଂଚି ପଦ୍ମଶ୍ରୀ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ସେହିପରି ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତି ଦାସ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ-୨ରେ ପହଂଚି ସ୍ୱର୍ଗତ ମହାପାତ୍ରଙ୍କର ଶେଷ ଦର୍ଶନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ମଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାର ଡିନ୍ ପ୍ରଫେସର (ଡାକ୍ତର) ସ୍ନିଗ୍ଧା ପ୍ରଭା ମିଶ୍ର, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସୋଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, ଜଏଂଟ ରେଜିଷ୍ଟ୍ରାର ଡକ୍ଟର ଶଶାଙ୍କ ଶେଖର ମିଶ୍ର, ସିଭିଓ ଶ୍ରୀ ଯୁଗଳ କିଶୋର ଦାସ, ପ୍ରମେୟର ମୁଖ୍ୟ ସମ୍ପାଦକ ଶ୍ରୀ ଗୋପାଳ କୃଷ୍ଣ ମହାପାତ୍ର ଓ ପ୍ରମେୟ ନ୍ୟୁଜ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବନାରାୟଣ ସେଠୀଙ୍କ ସମେତ ସୋଆ ଏବଂ ସମ୍ ହସ୍ପିଟାଲ୍‌ର କର୍ମକର୍ତା ଓ ଡାକ୍ତରମାନେ ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ । ସୋଆରୁ ସ୍ୱର୍ଗତ ମହାପାତ୍ରଙ୍କ ମର ଶରୀରକୁ ଭୁବନେଶ୍ୱର ଏମ୍ସ ଓ ତାଙ୍କ ପୈତୃକ ଗ୍ରାମ ବୀରଗୋବିନ୍ଦପୁରକୁ ନିଆଯିବା ସହ ପୁରୀରେ ଶେଷ କୃତ୍ୟ ସମ୍ପନ୍ନ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *