ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶ ପାଇଲା କାର୍ଯ୍ୟସୂଚୀ

 

ଭୁବନେଶ୍ବର: ଫେବ୍ରୁଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା । ଆସିଲା ଯୁକ୍ତ ଦୁଇ ପରୀକ୍ଷା କାର୍ଯ୍ୟସୂଚୀ । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଜାନୁଆରୀ ୪ରୁ ୧୬ ପର୍ଯ୍ୟନ୍ତ ଚାଲିବ ପ୍ରାକ୍ଟିକାଲ ପରୀକ୍ଷା ଚାଲିବ ।

ଅନ୍ୟପଟେ, ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ବଢ଼ିଲା ୨୦୨୭ ବାର୍ଷିକ ମାଟ୍ରିକ୍ ଓ ମଧ୍ୟମା ପରୀକ୍ଷାର ଫର୍ମ ପୂରଣ ଅବଧି । ଏବେ ନଭେମ୍ବର ୩୦ ତାରିଖ ଯାଏଁ ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ । ପୂର୍ବରୁ ନଭେମ୍ବର ୨୦ ତାରିଖକୁ ଫର୍ମ ପୂରଣର ଶେଷ ତାରିଖ ଭାବେ ଧାର୍ଯ୍ୟ କରିଥିଲା ମାଧ୍ୟମିକ ଶିକ୍ଷା ପରିଷଦ । ତେବେ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଏହି ଅବଧିକୁ ଆଉ ୧୦ ଦିନ ବୃଦ୍ଧି କରାଯାଇଛି ।

ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବା ବିଏସ୍‌ଇ ପକ୍ଷରୁ ସୂଚନା ଦିଆଯାଇଛି । ବାତ୍ୟା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତିକୂଳ ପାଣିପାଗ ଓ ଯୋଗାଯୋଗ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି । ଏଭଳି ସ୍ଥିତିରେ ଫର୍ମ ପୂରଣ କରିବାକୁ ଛାତ୍ରଛାତ୍ରୀ ଓ ବିଦ୍ୟାଳୟଗୁଡ଼ିକ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନହୁଅନ୍ତି, ସେଥିପାଇଁ ବୋର୍ଡ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

Spread the love