ରାଜ୍ୟବାସୀଙ୍କୁ ଉତ୍କଳ ଦିବସ ଅବସରରେ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ, ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ।

ଆସନ୍ତୁ ଦୃଢ଼ତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।”

ସେହିପରି ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡ଼ିଶାର ଲଢ଼େଇରେ ସାମିଲ ହେବାକୁ ଆହ୍ଵାନ କରିଛନ୍ତି ରାଜ୍ୟପାଳ।

Spread the love