ଗଞ୍ଜାମ ୧୨, ସୁନ୍ଦରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୮୪

ରାଜ୍ୟରେ ପୁଣି  ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ୧୨, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଗଞ୍ଜାମ ଜିଲ୍ଲାରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି। ଏମାନେ ସମସ୍ତେ ସକ୍ରିୟ ସଂକ୍ରମିତ ବୋଲି ଜଣାଯାଇଛି।

Spread the love