ସୁସ୍ଥ ହେଲେ ଆଉ ୩୦ ଆକ୍ରାନ୍ତ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦ ଜଣ କୋରୋନା ଆକ୍ରାନ୍ତ ରୋଗୀ । ଗତକାଲି ସୁସ୍ଥ ହୋଇଥିବା ଏହି ୩୦ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୨୮, କଟକ ଜିଲ୍ଲାର ଓ ବାଲେଶ୍ୱର ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହି ୩୦ ଜଣ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୩୭ ଜଣ କରୋନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ​ ବେଳେ ୧୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୫୩୮ ଜଣ ଆକ୍ରାନ୍ତ ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Spread the love