ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ସମ୍ବଲପୁରରେ ପ୍ରଥମ

ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ଏହା ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ରହିଛି । ଆଜି ପ୍ରଥମ ଥର ଲାଗି ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ଭଦ୍ରକ ଜିଲ୍ଲାରୁ୨୮, ବାଲେଶ୍ୱର ଜିଲ୍ଲାରୁ ୧୭, ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲାରୁ ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ୩, ବଲାଙ୍ଗୀର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ୧ ଓ ସୁନ୍ଦରଗଡ ଜିଲ୍ଲାରୁ୧ ଜଣ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ,  ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ୧୯୬ଜଣ ସୁସ୍ଥ ହୋଇଛନ୍ତି। ଆଜି ରାଜ୍ୟରେ ଦୁଇଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ୨ ମୃତକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା ଦିଆଯାଇଛି। ପୂର୍ବରୁ ଜଣଙ୍କର ମୃତ୍ୟୁ ସହ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି । ଏ ନେଇ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Spread the love