ଭବାନୀ ଚରଣ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଉଦ୍ଦେଶ୍ୟରେ ଏକ ପ୍ରସ୍ତୁତି ବୈଠକ

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭାରତ ବର୍ଷ ମୁକ୍ତି ଆନ୍ଦୋଳନର ଅନନ୍ୟ ଜନ ନାୟକ ତଥା ଗାନ୍ଧି ବିଚାର ଧାରାର ଜଣେ ମହାନ ସଂଗ୍ରାମୀ ସ୍ବର୍ଗତ ଭବାନୀ ଚରଣ ପଟ୍ଟନାୟକଙ୍କ ସ୍ମୃତି ଉଦ୍ଦେଶ୍ୟରେ ରାଜ୍ୟ ସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ସ୍ବାଧୀନତା ସଂଗ୍ରାମୀ ସଦନଠାରେ ପୂର୍ବତନ ମନ୍ତ୍ରୀ ତଥା ମାନ୍ୟବର ବିଧାୟକ ପ୍ରଫୁଲ୍ଲ ସାମଲ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ ।

ଏହି ବୈଠକରେ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ, ପ୍ରଗତିବାଦୀର କାର୍ଯ୍ୟ ନିର୍ବାହୀ ସମ୍ପାଦକ ବିରୂପାକ୍ଷ ତ୍ରିପାଠୀ, ରାଜ୍ୟ ଯୁବ କଲ୍ୟାଣ ବୋର୍ଡ ର ଉପାଧ୍ୟକ୍ଷ ବିଜୟ କୁମାର ନାୟକ, ଭୁବନେଶ୍ୱର ଉତ୍ତର ର ମାନ୍ୟବର ବିଧାୟକ ସୁଶାନ୍ତ ରାଉତ ତଥା ଭୁବନେଶ୍ୱର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ବହୁ ବିଶିଷ୍ଟ ଗାନ୍ଧୀବାଦୀ ଓ ନେତୃମଣ୍ଡଳୀ ଉପସ୍ଥିତ ଥିଲେ।

Spread the love