ପୁଣି ୧୦୨କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି, ପଢନ୍ତୁ କେଉଁ ଜିଲ୍ଲାରେ କେତେ

ରାଜ୍ୟରେ ଆଜି ପୁଣି ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୫ ଜଣଙ୍କୁ ଛାଡ଼ି ଦେଲେ ଅବଶିଷ୍ଟ ୯୭ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଏଣେ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଉକ୍ତ ଆକ୍ରାନ୍ତ କଟକ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ବୃଦ୍ଧ ବୋଲି ଜଣାଯାଇଛି।

Spread the love