ପୁଣି ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ : ବୌଦ୍ଧରୁ ସର୍ବାଧିକ; ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି

ରାଜ୍ୟରେ ଆଜି ପୁଣି ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବୌଦ୍ଧ ଜିଲ୍ଲାରୁ ସର୍ବାଧିକ ୨୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଗଞ୍ଜାମ ଜିଲ୍ଲାରୁ ୬ ଓ ବାଲେଶ୍ୱର ଜିଲ୍ଲାରୁ ୬ ଓ ବାଲେଶ୍ବରରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୁରୀରୁ ୧୧, କଟକରୁ ୯, ଖୋର୍ଦ୍ଧାରୁ ୭, , ଯାଜପୁରରୁ ୬, କେନ୍ଦ୍ରାପଡ଼ା ୨, ମାଲକାନଗିରି ୨, ବାଲେଶ୍ଵର, ଢେଙ୍କାନାଳ ଓ କନ୍ଧମାଳରୁ ଜଣେ ଲେଖାଏ ଚିହ୍ନଟ ହୋଇଛି।

Spread the love