ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ରାଷ୍ଟ୍ରପତି
ବାତ୍ୟା ଅମ୍ପନକୁ ନେଇ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି ରାଷ୍ଟ୍ରପତି ରାମ ନାଥ କୋବିନ୍ଦ। ଘୂର୍ଣ୍ଣିଝଡ ଅମ୍ଫନ ଯୋଗୁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ମୋର ଚିନ୍ତା ପ୍ରକଟ କରିଥିଲେ।
ମୁଁ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲି ଏବଂ ଘୂର୍ଣ୍ଣିଝଡ ଅମ୍ଫନ ଯୋଗୁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ମୋର ଚିନ୍ତା ପ୍ରକଟ କଲି ।
— President of India (@rashtrapatibhvn) May 22, 2020
ସେ କହିଛନ୍ତି, ଏହି ସଙ୍କଟ କାଳରେ ପ୍ରଭାବିତ ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବା ଲାଗି ଦେଶ ଏକାଠି ହୋଇଛି । ମୁଁ ପ୍ରାର୍ଥନା କରୁଛି ଓ ମୋର ବିଶ୍ୱାସ ରହିଛି ଯେ, ଏହି ଅଞ୍ଚଳ ବିପତ୍ତିରୁ ଖୁବଶୀଘ୍ର ଦୃଢତାର ସହିତ ମୁକୁଳିବ ।