ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ରାଜ୍ୟରେ ଆଜି ପୁଣି ୧୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ସର୍ବାଧିକ ଦେବଗଡ଼ ଜିଲ୍ଲାରୁ ୨୨ଜଣ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୧୦୩ଜଣଙ୍କ ମଧ୍ୟରୁ ୯୬ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୭ଜଣ ସ୍ଥାନୀୟ ଲୋକ ଅଛନ୍ତି।

ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨, ଖୋର୍ଦ୍ଧା ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ , ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ୮ଜଣ ଲେଖାଏଁ,  କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫,  ଜଗତସିଂହପୁର ଜିଲ୍ଲାରୁ ୧୦ଜଣ  ମାଲକାନଗିରି ଜିଲ୍ଲାରୁ ୯ଜଣ, କୋରାପୁଟ ଓ ଗଜପତି ଜିଲ୍ଲାରୁ ୬ଜଣ ଲେଖାଏଁ, ଯାଜପୁର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Spread the love