୧୬ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ

୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।ତା ସହିତ ଅନ୍ୟ କେତେକ ଜିଲ୍ଲାରେ ମଧ୍ୟ ଘୂର୍ଣ୍ଣିଝଡ଼ ଓ ବର୍ଷା ସହିତ ବଜ୍ରପାତର ଆଶଙ୍କା ଥିବା କୁହାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ, ଖୋର୍ଦ୍ଧା। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।

Spread the love