ଓଡ଼ିଶାରେ ୨ହଜାର ଟପିଲା, ଆଜି ୧୫୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧/୦୬: ଆଜି  ରାଜ୍ୟରେ ପୁଣି ୧୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ଏମାନଙ୍କ ଭିତରୁ ୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର, ମୟୂରଭଞ୍ଜ,ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମରୁ ୧୭ ଓ ଯାଜପୁର ଜିଲ୍ଲାରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।  କଟକ ଜିଲ୍ଲାରୁ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ, ଜଗତସିଂହପୁରରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ସମ୍ବଲପୁର  ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ମାଲକାନଗିରି,, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। କନ୍ଧମାଳ ଜିଲ୍ଲାରୁ ଆଜି ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

Spread the love