ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ

ଜୁଲାଇ ୩୧ ତାରିଖ ଯାଏ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ରହିବ। ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ଗଣମାଧ୍ୟମକୁ କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।ପୂର୍ବରୁ ଜୁନ୍‌ ୧୭ରେ ରାଜ୍ୟରେ ସ୍କୁଲ, କଲେଜ ଖୋଲିବା ନେଇ ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଥିଲା।  କିନ୍ତୁ  କେନ୍ଦ୍ର ସରକାରଙ୍କ ଲକ୍‌ଡାଉନ୍‌ ୫ରେ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା।  ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାରମାନଙ୍କ ସହ ଆଲୋଚନା କରି ଏ ସମ୍ପର୍କରେ  ନିଷ୍ପତ୍ତି ନିଆଯିବ ବୋଲି କେନ୍ଦ୍ର ସରକାର କହିଥିଲେ।କିନ୍ତୁ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ଖୋଲିବ ନାହିଁ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି।

Spread the love