ଆଜି ଆଉ ୧୪୩ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮କୁ ବୃଦ୍ଧି

ଭୁବନେଶ୍ୱର, ୩/୦୬: ରାଜ୍ୟରେ ଆଜି ପୁଣି  ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Spread the love