ଆଜି ୧୧୨ଜଣ କରୋନା ରୋଗୀ ସୁସ୍ଥ

ଆଜି ରାଜ୍ୟରେ ୧୧୨ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି | ନୂତନ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ଏବେ ମୋଟ ୧୭୧୬ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ | ସୁସ୍ଥ ୧୧୨ ଜଣଙ୍କ ମଧ୍ୟରେ କେନ୍ଦ୍ରାପଡାରୁ ୩୩, ବଲାଙ୍ଗୀରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭ଜଣ ଥିବା ବେଳେ କଟକ ଓ ସୋନପୁରରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି | ଏହା ସହ ବାଲେଶ୍ୱର, ପୁରୀ ଏବଂ ସମ୍ବଲପୁରରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ |ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ ଥିବା ବେଳେ ୧୦୫୭ଟି ସକ୍ରିୟ ମାମଲା ରହିଛି | ଏହା ସହ କରୋନା ଦ୍ୱାରା ଆକ୍ରାନ୍ତ ହୋଇ ୮ଜଣଙ୍କର ମୃତ୍ୟୁ ଘଟିଛି | ଆଜି ରାଜ୍ୟରେ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଥିଲା | ଚିହ୍ନଟ ୧୭୩ଜଣଙ୍କ ମଧ୍ୟରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ | ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୯ଜଣ, ନୟାଗଡ଼ରେ ୭, ମୟୂରଭଞ୍ଜ ଓ କଟକ ଜିଲ୍ଲାରୁ ୧୩ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ | ବାଲେଶ୍ବର ଓ ବଲାଙ୍ଗୀର ଜିଲ୍ଲାରୁ ୧୧ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

Spread the love