ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୯ ଛୁଇଁଲା

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି।ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି। ସେ ଜଣେ ପୁରୁଷ ଓ ତାଙ୍କୁ ୫୫ ବର୍ଷ ହୋଇଥିଲା। ଏହା ସହିତ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି। ଖୋର୍ଦ୍ଧାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରେ ଜଣଙ୍କ ମୃତ୍ୟୁ ହୋଇଛି।ଅନ୍ୟପକ୍ଷରେ ଆଉ ୭୫ଟି ନୂଆ ପଜିଟିଭ୍ କେସ୍ ଆସିବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୭୧୬ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୨୯ ଜଣ ଚିକିତ୍ସାଧୀନ ଅଛନ୍ତି। ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲେ ବି ସେମାନଙ୍କର ଏଥିପାଇଁ ପ୍ରାଣହାନୀ ହୋଇନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏହି ଦୁଇ ଜଣ ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାର।

Spread the love