ଦେଶରେ ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୩୫୭ ମୃତ

ଭାରତରେ କରୋନା ଭୂତାଣୁ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୮୧୦୨କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୪୧ ହଜାର ୨୮ ଜଣ ସୁସ୍ଥ ହୋଇଛନ୍ତି।

ଅନ୍ୟପଟେ ୧ଲକ୍ଷ ୩୭ ହଜାର ୪୪୮ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ତେବେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟାରେ ନିୟମିତ ବୃଦ୍ଧି ଘଟି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୯୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୫୭ ଜଣଙ୍କର ମୃତ୍ୟୁ ଘଟିଛି।

Spread the love