ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା, ଘରୁ ମିଳିଲା ଝୁଲନ୍ତା ଶବ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ । ସୁଶାନ୍ତଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା । ମୁମ୍ବାଇସ୍ଥିତ ବାସଭବନରେ ଆତ୍ମହତ୍ୟା କରିଥିବା ନେଇ ସୂଚନା । ବଲିଉଡରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି। ଜଣାଶୁଣା ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି |

ତେବେ ଆତ୍ମହତ୍ୟା ପଛର କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ | ଖବର ପାଇ ମୁମ୍ବାଇ ପୁଲିସ ତାଙ୍କ ଘରେ ତଦନ୍ତ ପାଇଁ ପହଁଚିଥିବା ଜଣା ପଡିଛି | ମିଳିଥିବା ସୂଚନା ମୁତାବକ, ତାଙ୍କ ଘରେ କାମ କରୁଥିବା ଗୃହ ସହାୟକ ପ୍ରଥମେ ତାଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖି ପୁଲିସକୁ ସୂଚନା ଦେଇଥିଲେ |

ସେ ଏବେ ବଲିଉଡରେ ଜଣେ ଉଦୀୟମାନ କଳାକାର ଭାବେ ପରିଚିତ ଥିଲେ। ତାଙ୍କ ଦମଦାର ଅଭିନୟ ଯୋଗୁଁ ସେ ବଲିଉଡରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିଲେ। ଏଭଳି ପରିସ୍ଥିତିରେ କେଉଁ କାରଣରୁ ସେ ଏଭଳି ନିଷ୍ପତ୍ତି ନେଲେ ତାହା ଏବେ ସମସ୍ତଙ୍କ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Spread the love