ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ମାନିଲେ ରାଜ୍ୟ ସରକାର : ବନ୍ଦ ହେବ ରଥ ଯାତ୍ରା !

ଭୁବନେଶ୍ୱର, ୧୮/୦୬: ରଥଯାତ୍ରା ନେଇ ବର୍ତ୍ତମାନ ସମୟର ସବୁଠାରୁ ବଡ ଖବର । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳିବେ ରାଜ୍ୟ ସରକାର । ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ । ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେବ । ତେଣୁ ଚଳିତବର୍ଷ ରଥଯାତ୍ରା ହୋଇପାରିବନି ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ପାଳନ କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି ।

ତେବେ ସକାଳେ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ପରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଉପରେ ସମସ୍ତଙ୍କ ନଜର ରହିଥିଲା । ରାଜ୍ୟ ସରକାର କେଉଁ ନିଷ୍ପତ୍ତି ନେଉଛନ୍ତି ? କଣ ବିକଳ୍ପ ପନ୍ଥା ଆପଣାଯିବ କି ? ଏ ସମସ୍ତ ପ୍ରଶ୍ନ ଉପରେ ଚର୍ଚ୍ଚା ଆଲୋଚନା ହେଉଥିବା ବେଳେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରାଯିବ ବୋଲି ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି ।ତେବେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଜରୁରୀ ବୈଠକରେ ଆଡଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉନ୍ନୟନ କମିଶନର ଏବଂ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ ।

Spread the love