ରାଜ୍ୟର ଶିଳ୍ପାୟନରେ ଯୁବକଙ୍କ ଆକାଂକ୍ଷାକୁ ପୂରଣ କରୁଛି ମୋଦିଙ୍କ ପୂର୍ବଦୋୟ ନୀତି: ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମିଳିତ ଭାବେ ପାରାଦୀପ ଠାରେ ଇଣ୍ଡିଆନ ଅଏଲର ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର (ପିଏଡିସି)ର ଉଦ୍‌ଘାଟନ କରିଛନ୍ତି । ପିଏଡିସି ଓଡିଶା ଏବଂ ପୂର୍ବ ଭାରତରେ ପଲିମର ଶିଳ୍ପ ବିକାଶକୁ ପ୍ରୋତ୍ସାହନ ଦେବ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ଭିଜନକୁ ସାକାର କରିବ । ଓଡିଶାର ଶିଳ୍ପାୟନରେ ରାଜ୍ୟର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୀତି ସର୍ବଦା ସହଯୋଗ କରିଆସୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ସେ କହିଛନ୍ତି ଓଡିଶାର ଶିଳ୍ପାୟନ ତଥା ବିକାଶ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଇଣ୍ଡିଆନ ଅଏଲ ପକ୍ଷରୁ ୪୩ କୋଟି ବ୍ୟୟରେ ଏହି କେନ୍ଦ୍ରକୁ ନିର୍ମାଣ କରାଯାଇଛି । ଅ।।ଗାମୀ ଦିନରେ ଭଦ୍ରକ ଏବଂ ଧାମରାରେ ଟେକ୍ସଟାଇଲ ଡାଉନଷ୍ଟ୍ରିମ ୟୁନିଟ୍ ପାଇଁ ପଲିଷ୍ଟର ସୂତା ଓ କପଡା ପାଇଁ ପିଏଡିସି ଏକ ବୈଷୟିକ କେନ୍ଦ୍ର ଭାବରେ କାର୍ଯ୍ୟ କରିବ । ଏହା ଜାତୀୟ ସ୍ତରର ଓ ଅନ୍ତର୍ଜାତିୟ ସ୍ତରର ସେଂଟରରେ ଓଡିଆ ପିଲାଙ୍କ ପାଇଁ ନୂଆ ବ୍ୟବସାୟ ବାତାବରଣ ସୃଷ୍ଟି କରାଯିବ ।  ଏହି ସେଂଟର ଓଡିଆ ଶିଳ୍ପ ଉଦ୍ୟୋଗୀ ଓ ଯୁବକମାନଙ୍କୁ ଆତ୍ମନିର୍ଭର କରିବାରେ ବଡ ପଦକ୍ଷେପ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।ଭାରତ ସରକାରଙ୍କ ସହଯୋଗରେ ଓଡିଶା ସରକାର ପେଟ୍ରୋକେମିକାଲ, ଇସ୍ପାତ, ଖଣି, କୋଇଲା, ଆଲୁମିନିୟମ, ପର୍ଯ୍ୟଟନ, ଟେକ୍ସଟାଇଲ, ଉଦ୍ୟୋଗୀ ତଥା ଅନ୍ୟାନ୍ୟ ଶିଳ୍ପ କ୍ଷେତ୍ରରେ ରୋଜଗାର ସୃଷ୍ଟି କରି ରାଜ୍ୟର ରାଜସ୍ୱ ବଢାଇବାର ଲକ୍ଷ୍ୟ ରଖିଛନ୍ତି । ଇଣ୍ଡିଆନ ଅଏଲ କର୍ପୋରେସନ ପାରାଦୀପରେ ୪୦ ହଜାରରୁ ଅଧିକ କୋଟି ଟଙ୍କା ପୁଞ୍ଜନିବେଶ କରିଛି । ଇଡକୋ ଏବଂ ଆଇଓସିଏଲ ପକ୍ଷରୁ ଯୁଗ୍ମ ଭାବରେ ଏସପିଭି ଗଠନ କରାଯାଇ ପାରାଦୀପରେ ବିଶ୍ୱସ୍ତରୀୟ ପ୍ଲାଷ୍ଟିକ ପାର୍କ ନିର୍ମାଣ କରାଯାଉଛି । ଭାରତ ସରକାରଙ୍କ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ତରଫରୁ ଭୁବନେଶ୍ୱର ସିପେକର ଉଚ୍ଚସ୍ତରର ପ୍ରଶିକ୍ଷଣ କେନ୍ଦ୍ର ବନାଯାଇଛି । ପାରାଦୀପ, ବାଲେଶ୍ୱର, ଖୋର୍ଦ୍ଧା ବା ଓଡିଶାର ପ୍ଲାଷ୍ଟିକ ଅଂଚଳରେ ଉଦ୍ୟୋଗୀଙ୍କୁ ନିରନ୍ତର କମ ମୂଲ୍ୟରେ କଂଚାମାଲ ଦେବାର ଦାୟିତ୍ୱ ଇଣ୍ଡିଆନ ଅଏଲ ନେବ । ଓଡିଶାକୁ ଗ୍ୟାସ ଆଧାରିତ ଅଂଚଳ ଭାବେ ତିଆରି କରିବା, ତୈଳ ଭିତିଭୂମି ଅଂଚଳ ଭାବରେ ପରିଣତ କରିବା, ପେଟ୍ରୋଲିୟମ ଓ ପେଟ୍ରୋକେମିକାଲ ଏବଂ ଆନୁଷାଙ୍ଗିକ ଆନ୍ସିଲାରୀ କ୍ଷେତ୍ରକୁ ଓଡିଶାକୁ ଅଗ୍ରଣୀ ରାଜ୍ୟ ଭାବେ ତୋଳିବା ପାଇଁ ତୈଳ ଶିଳ୍ପରେ ସର୍ବମୋଟ ୧ ଲକ୍ଷ ୩୫ ହଜାର କୋଟି ଟଙ୍କା ପୁଞ୍ଜିନିବେଶ କରାଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।ଏହି ଭର୍ଚୁଆଲ ଉତ୍ସବରେ ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ତରୁଣ କାପୁର, ଆଇଓସିଲର ଚେୟାରମ୍ୟାନ ସଞ୍ଜିବ ସିଂହ ଏବଂ ଭାରତ ଓ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Spread the love