୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଜୁଲାଇ ୨୯ ତାରିଖରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ପରୀକ୍ଷା ରେଜଲ୍ଟ। ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ବୋର୍ଡର ୨ ୱେବସାଇଟ ଓ SMS ମାଧ୍ୟମରେ ଛାତ୍ରାଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ।ଚଳିତ ବର୍ଷ ୫ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ତେବେ କରୋନା ଏବଂ ଲକ୍‌ଡାଉନ୍‌ ଯୋଗୁ ଖାତା ଦେଖାରେ ବାଧା ଉପୁଜିଥିଲା।ଅନ୍ୟପକ୍ଷରେ ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟର ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ଯୁକ୍ତ ୨ କଳାର ରେଜଲ୍ଟ ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶ ପାଇବ ବୋଲି ସେ କହିଛନ୍ତି।

Spread the love