+2 ବିଜ୍ଞାନ ରେଜଲ୍ଟ ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ

୧୨ ତାରିଖରେ ପ୍ରକାଶ ପାଇବ +2 ବିଜ୍ଞାନ ରେଜଲ୍ଟ। ମଧ୍ୟାହ୍ନ ୧୨.୩୦ରେ CHSE ଅଫିସ୍‌ରେ ପ୍ରକାଶ ପାଇବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସେହିପରି ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ବାଣିଜ୍ୟ ରେଜଲ୍ଟ ଓ ଅଗଷ୍ଟ ଶେଷ ସପ୍ତାହରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ।ଚଳିତ ବର୍ଷ +2ରେ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ। କରୋନା ମହାମାରୀ ଯୋଗୁଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା।ସେହିପରି ସେପ୍ଟେମ୍ୱର ୧୪ରୁ ୨୨ ଯାଏଁ ହେବ ମ୍ୟାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ସେପ୍ଟେମ୍ୱର ୧୪ରୁ ୨୪ ଯାଏଁ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି।

Spread the love