ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ

ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠାରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।ଆଜି ବରଗଡ଼, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଆସନ୍ତା କାଲି ଅର୍ଥାତ ୧୯ ତାରିଖରେ ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗିର, ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ତେବେ ଅନୁଗୋଳ, ଦେବଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତଳି ଅଞ୍ଚଳ ଜଳାର୍ଣ୍ଣବ ହେବ। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା, ବରଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲା ଗୁଡ଼ିକରେ ବି ପ୍ରବଳ ବର୍ଷାର ପୂର୍ବାନୁମାନ କରାଯାଇଛି। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ଦେବଗଡ଼ ଜିଲ୍ଲାରେ ଦେଖିବାକୁ ମିଳିବ। କେତେକ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହେବ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ଅନୁଗୋଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗିର ଓ ନୂଆପଡ଼ାରେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Spread the love