ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ଭୁବନେଶ୍ୱର ରାଜଭବନ ନିକଟସ୍ଥ
ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ଖବର ଜାଣିବା ପରେ ଘଟଣାର ତଦନ୍ତ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗର ସଚିବଙ୍କୁ ନିର୍ଦ୍ଦେଶ ଦେଇଥିବା ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହାସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ଇଣ୍ଡିଆନ୍ ଅଏଲର ଅଧିକାରୀ ମାନଙ୍କ ସହ ଆଲୋଚନା କରି ତୁରନ୍ତ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ ଶ୍ରୀ ପ୍ରଧାନ ନିର୍ଦ୍ଦେଶ ଦେଇଛନ୍ତି। ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଶୀଘ୍ର ଆରୋଗ୍ୟ ହୋଇ ଫେରିବେ ବୋଲି ଆଶା କରୁଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

Spread the love