ବସ୍-ବୋଲେରୋ ମୁହାଁମୁହିଁ ଧକ୍କା : ୭ ମୃତ, ୩୦ରୁ ଆହତ

ନୂଆଦିଲ୍ଲୀ, ୧୭/୧୦ : ଉତ୍ତର ପ୍ରଦେଶର ପିଲଭୀତର ପୁରାଣପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୨ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।ଖବର ଅନୁଯାୟୀ, ଆଜି ଭୋର ସମୟରେ ପିଲଭିତ୍‌ ପୁରାନପୁର ଅଞ୍ଚଳରେ ଏକ ବସ୍‌ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।

ଉଭୟ ଗାଡ଼ିର ଚାଳକମାନେ ନିୟନ୍ତ୍ରଣ ହରାଇବାରୁ ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଯାତ୍ରୀବାହୀ ବସ ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ କିଛି ଲୋକ ଗୁରୁତର ଅଛନ୍ତି। ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

Spread the love