ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା- ମୁଖ୍ୟମନ୍ତ୍ରୀ

ୟୁରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶ ମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି । ଓଡିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସତର୍କ ରହି କାର୍ଯ୍ୟ କରିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡାଇବାକୁ ହେଲେ ଆମକୁ କୋଭିଡ ନିୟମ ଯଥା – ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡାକଡି ଭାବରେ ଜାରି ରଖିବାକୁ ପଡିବ । ଏଥିରେ ଆଦୌ କୋହଳ କରାଯାଇପାରିବ ନାହିଁ । କାରଣ ଲକଡାଉନ ପରି କଠିନ ପରିସ୍ଥିତିକୁ ଏଡାଇବା ପାଇଁ ଏହାହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ହାର କମି ଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ଓନାମ ପର୍ବ ପାଳନ ପରେ କେରଳରେ ଉପୁଜିଥିବା ଅବସ୍ଥା ଏବଂ ଦିଲ୍ଲୀର ବର୍ତ୍ତମାନ ଅବସ୍ଥା ସଂପର୍କରେ ଉଦାହରଣ ଦେଇ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ଏ କ୍ଷେତ୍ରରେ ସାମାନ୍ୟ ଢିଲାପଣ ଗ୍ରହଣୀୟ ନୁହେଁ ବୋଲି କହିଥିଲେ।
ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି ସମୟରେ ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଥିଲେ । ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଏହି କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
କୋଭିଡ ଜନିତ ଆର୍ଥିକ ଶିଥିଳତା ସମୟରେ ଆମର ଗରିବ ଲୋକମାନେ ଯେଭଳି ବିଶେଷ ପ୍ରଭାବିତ ନ ହେବେ, ତାକୁ ଦୃଷ୍ଟିରେ ରଖି ଜୀବିକା କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ବିଭାଗକୁ ପରାମର୍ଶ ଦେଇଥିଲେ। MGNREGA, Mission Shakti ଏବଂ Urban Wage Employment ପରି କାର୍ଯ୍ୟକ୍ରମକୁ ଜାରି ରଖିବା ସହିତ ଗରିବ ଲୋକଙ୍କ ଆର୍ଥିକ ନିରାପତ୍ତା ଯେପରି ବ୍ୟାହତ ନ ହେବ, ସେଥିପ୍ରତି ଦୃଷ୍ଟି ଦେବା ପାଇଁ ବିଭିନ୍ନ ବିଭାଗକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗତ ଝଖଈଉ ବୈଠକ ସମୟରେ ମିଶନ ଶକ୍ତି, ଗଝଗଋ ଓ ଚାଷୀ ମାନଙ୍କୁ ଠିକ ସମୟରେ ଋଣ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ ମାନଙ୍କୁ ଦେଇଥିବା ପରାମର୍ଶ ସମ୍ପର୍କରେ ସ୍ମରଣ କରାଇ ଦେଇ ସଂପୃକ୍ତ ବିଭାଗ ମାନେ ଏହା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ କହିଥିଲେ ।
କୋଭିଡ ପରିଚାଳନା ବୈଠକରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ କୋଭିଡ ସଂକ୍ରମଣ କମିଛି ଏବଂ ହସ୍ପିଟାଲରେ ଓଉଟ ଓ ଶଯ୍ୟା ସନ୍ତୋଷଜନର ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ Standard Protocol ପ୍ରସ୍ତୁତ କରିବା ପାଇଁ Taskforce ଗଠନ କରାଯାଇଛି । ସେହିପରି ବ୍ୟାପକ ଟୀକାକରଣକୁ ଦୃଷ୍ଟିରେ ରଖି ଉକ୍ଟକ୍ଷୟ ମଷବସଦ୍ଭ ଓ ଊବଗ୍ଧବଭବଗ୍ଦର କାମ ଜାରି ରହିଛି ବୋଲି ଶ୍ରୀ ତ୍ରିପାଠୀ ସୂଚନା ଦେଇଥିଲେ ।

କୋଭିଡ ପରିଚାଳନା ସମ୍ପର୍କରେ ସ୍ୱତନ୍ତ୍ର ଉପସ୍ଥାପନା କରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ ମହାପାତ୍ର କହିଥିଲେ ଯେ, ସାରା ଦେଶରେ ପ୍ରତି ୧୦ ଲକ୍ଷରେ ୮୩ ହଜାର ପରୀକ୍ଷା ହେଉଥିବା ବେଳେ, ଆମ ରାଜ୍ୟରେ ୧ ଲକ୍ଷ ୨ ହଜାର ଟେଷ୍ଟିଂ କରାଯାଇଛି । ଜାତୀୟସ୍ତରରେ ଆରୋଗ୍ୟ ହାର ୯୨ ପ୍ରତିଶତ ଥିବାବେଳେ, ଆମ ରାଜ୍ୟରେ ଏହା ୯୫.୩୨ ପ୍ରତିଶତରେ ପହଞ୍ଚିଛି । ମୃତ୍ୟୁ ହାର ମଧ୍ୟ ହ୍ରାସ ପାଇଁ ୦.୪୬ ପ୍ରତିଶତ ରହିଛି । ରାଜ୍ୟରେ ଟୀକାକରଣ କାର୍ଯ୍ୟକ୍ରମକୁ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ Steering committee ଗଠନ କରାଯାଇଥିବା ବେଳେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ Taskforce ଏବଂ ଜିଲ୍ଲାପାଳ ମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲା Taskforce ର ଗଠନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା। ଟୀକାକରଣ ନିମନ୍ତେ ୩୭୫୨ଟି ସରକାରୀ ଓ ଘରୋଇ ପ୍ରତିଷ୍ଠାନ ଚିହ୍ନଟ କରାଯାଇଥିବା ବେଳେ ୩ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି।
ଭୁବନେଶ୍ୱରରେ Sero Survey ଶେଷ ହୋଇଥିବା ବେଳେ High-risk Group ର Sero Survey ଗତ ୩ ତାରିଖିରେ ଶେଷ ହୋଇଛି । ବର୍ତ୍ତମାନ କଟକରେ ଝରକ୍ସକ୍ଟ ଝଙ୍କକ୍ସଙ୍ଖରଚ୍ଚ ଚାଲିଥିବା ବେଳେ ପୁରୀ, ସମ୍ବଲପୁର ଓ ବାଲେଶ୍ୱରରେ ଆଗାମୀ ଡିସେମ୍ବରରେ କରାଯିବ ବୋଲି ସୂଚନା ଦେଇଥିଲେ।
ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।

Spread the love