ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅସୁସ୍ଥ ହୋଇଥିବା ଜଣାଯାଇଛି। ସେ ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଅସୁସ୍ଥ ହେବା ପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜିମରେ ବ୍ୟାୟାମ କରୁଥିବା ବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହାପରେ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯିବ ଏବଂ ଏହାପରେ ସୌରଭ ଗାଙ୍ଗୁଲି ହସ୍ପିଟାଲରୁ ଘରକୁ ଫେରିବେ ବୋଲି ସୂଚନା ମିଳିଛି।
ଏହି ଖବର ପାଇବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ସେ ସୌରଭ ଗାଙ୍ଗୁଲିଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥସହ ଅନ୍ତର୍ଜାତୀୟ କ୍ରିକେଟ୍ କାଉନ୍ସିଲ୍ ( ଆଇସିସି), ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ ଭଳି ଶୀର୍ଷ କ୍ରିକେଟ୍ ସଂଗଠନଗୁଡ଼ିକ ପକ୍ଷରୁ ମଧ୍ୟ ଟୁଇଟ୍ କରାଯାଇ ଗାଙ୍ଗୁଲିଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।

Spread the love