ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ଅକାଳ ବିୟୋଗରେ ରାଜ୍ୟ ବିଜେପିର ଶୋକ

ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ
ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।

ସ୍ୱର୍ଗତଃ ରାଓ ଜଣେ ସମାଜସେବୀ ଭାବେ ବେଶ ଜଣାଶୁଣା ଥିଲେ । ସେ ବସ୍ତି ପିଲାଙ୍କୁ ମାଗଣାରେ ପାଠ ପଢାଇବା ସହ ଅନେକ ଲୋକଙ୍କୁ ରକ୍ତଦାନ କରି ନୂଆ ଜୀବନ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ ଦୀର୍ଘଦିନ ଧରି ନିଷ୍ଠାପର ଓ ନିସ୍ୱାର୍ଥପର ଭାବେ ସମାଜସେବା କରିଆସୁଥିଲେ ।

yତାଙ୍କର ମୃତ୍ୟୁ ପୂରା ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି । ସ୍ୱର୍ଗତଃ ରାଓଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସାହାସ ଓ ଧୈର୍ଯ୍ୟ ପ୍ରଦାନ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରଭୃ ଜଗନ୍ନାଥଙ୍କ ନିକଟରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି ।

Spread the love