ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଅର୍କ କୁମାର ଦାସ, ରାଜ୍ୟପାଳ ଦେଲେ ନିଯୁକ୍ତି

ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଆସନ୍ତା ୩ବର୍ଷ ପାଇଁ ଏହି ପଦରେ କାର୍ଯ୍ୟ କରିବେ ପ୍ରଫେସର ଦାସ।ଓଡିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ୨୦୧୫ ଅନୁସାରେ ପ୍ରଫେସର ଦାସ ମହାପାତ୍ରଙ୍କୁ ଏହି ପଦରେ ନିଯୁକ୍ତ କରାଯାଇଛି। ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ବର୍ତ୍ତମାନ ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଜନେସ ଆଡମିନିଷ୍ଟ୍ରେସନ ବିଭାଗରେ ପ୍ରାଧ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି।.

Spread the love