ସାଧାରଣତନ୍ତ୍ର ଦିବସର କିଛି କଥା

୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା। ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ। ଏହି ଦିନ ଭାରତୀୟ ସେନା (ନୋସେନା,  ସ୍ଥଳସେନା, ବାୟୁସେନା) ଓ ଅଶ୍ୱାରୋହୀ, ପଦାତିକ ଆଦି ବାହିନୀ ସେମାନଙ୍କର ଶୋଭାଯାତ୍ରାରେ ବାହାରିଥାଆନ୍ତି। ଏଥି ସହିତ ଭାରତର ବିଭିନ୍ନ ସାଂସ୍କୃତିକ ଝଲକ ବିଭିନ୍ନ  ରାଜ୍ୟରୁ ଦଳମାନେ ପ୍ରସ୍ତୁତ କରିଥାନ୍ତି ।

ଏହିପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି। ଇଂରାଜ ଶାସନରୁ  ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅସ‌ହ‌ଯୋଗ ଓ ଅହିଂସାପୂର୍ଣ୍ଣ ଭାରତୀୟ ସମ୍ବିଧାନ ଆନ୍ଦୋଲନ ଫଳରେ ଭାରତ ୧୫ ଅଗଷ୍ଟ ୧୯୪୭ରେ ସ୍ୱାଧୀନ ହେଲା। ଇଂଲଣ୍ଡର ପାର୍ଲିଆମେଣ୍ଟରେ  ଭାରତୀୟ ସମ୍ବିଧାନ(୧୦ ଓ ୧୧ ଜିଇଓ ୬ ସି ୩୦) ବଳରେ  ଦ୍ୱିଖଣ୍ଡିତ ହୋଇ ଦୁଇଟି ନୂଆ ଦେଶ  ଭାରତ ଓ ପାକିସ୍ତାନ ଦୁଇ ଦେଶରେ ବିଭକ୍ତ ହେଲା।

୧୫ ଅଗସ୍ଟ ୧୯୪୭ ଦିନଠାରୁ  ଜର୍ଜ ୬ ଭାରତର ମୂଖ୍ୟ ହେଲେ, ମାଉଣ୍ଟ ବ୍ୟଟେନ ପ୍ରଥମ ଗଭର୍ନର ଜେନେରାଲ ହେଲେ।  ତାପରେ ଭାରତର ସଂବିଧାନ ତିଆରି କରିବା ନିମନ୍ତେ ୨୮ ଅଗଷ୍ଟ ୧୯୪୭ରେ ଗୋଟିଏ ଚିଠା କମିଟି ତିଆରି କରାଗଲା ଯାହାର ଚେୟାରମ୍ୟାନ ବା ମୂଖ୍ୟ  ଭୀମ ରାଓ ଆମ୍ବେଦକର ଥିଲେ । ଏହି କମିଟି ୪ ନଭେମ୍ବର ୧୯୪୭ ଦିନ ସମ୍ବିଧାନ ଚିଠା ଆସେମ୍ବ୍ଲିକୁ ହସ୍ତାନ୍ତର କଲେ ।  ଦୀର୍ଘ ୧୬୬ ଦିନ ଧରି ଏହା ନାଗରିକଙ୍କ ନିମନ୍ତେ ଖୋଲା ଥିଲା ଓ ଆସେମ୍ବ୍ଲି ଥରକୁ ଥର ବସି ଏହା ଉପରେ ଆଲୋଚନା କଲେ । ଶେଷରେ ୨୪ ଜାନୁଆରି ୧୯୫୦ ତାରିଖ ଦିନ ଏହି ଚିଠା ପ୍ରସ୍ତାବର ଇଂରାଜୀ ଓ ହିନ୍ଦିରେ ଲିଖିତ ଦୁଇ କପି ଉପରେ ୩୦୮ ସଦସ୍ୟ ଦସ୍ତଖତ କଲେ । ଏହି ସମ୍ବିଧାନ ଜା‌ନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ପାଳନ କରୁଛୁ ।

Spread the love