କରୋନା ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ :ଜାତି ନନ୍ଦିଘୋଷ କାନକ୍ଳେଭ ରେ ସୋଆ ପ୍ରତିଷ୍ଠାତା ସଭାପତି ସମ୍ମାନିତ

ଭୁବନେଶ୍ୱର,୧୫/୨: କରୋନା ମହାମାରୀ ସମୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କୁ ଓଡ଼ିଆ ଟିଭି ଚାନେଲ ନନ୍ଦିଘୋଷର ବର୍ଷପୂର୍ତ୍ତି ଉପଲକ୍ଷେ ଆୟୋଜିତ ‘ଜାତି ନନ୍ଦିଘୋଷ କନକ୍ଳେଭ’ ଅବସରରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ପ୍ରଫେସର ନାୟକଙ୍କ ପକ୍ଷରୁ ଏହି ସମ୍ବର୍ଦ୍ଧନା ଗ୍ରହଣ କରିଛନ୍ତି ସୋଆର ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ। ନନ୍ଦିଘୋଷ ଟିଭିର ବର୍ଷ ପୂର୍ତ୍ତି ଅବସରରେ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ‘ନନ୍ଦିଘୋଷ ଟଭି ଏକ ନିରପେକ୍ଷ ଓ ଦାୟିତ୍ୱବାନ ଗଣମାଧ୍ୟମଭାବେ ସଫଳତାର ସହ କାମ କରିଚାଲିଛି । ଓଡ଼ିଆ ମିଡିଆ ଜଗତରେ ନିଜ ସ୍ଥିତି ମଜବୁତ୍ କରିପାରିଛି। ଗଣତନ୍ତ୍ରରେ ମିଡିଆର ସବୁଠାରୁ ବଡ଼ ଦାୟିତ୍ୱ ହେଲା ସାଧାରଣ ଲୋକଙ୍କ ସ୍ୱାର୍ଥର ସୁରକ୍ଷା କରିବା । ଲୋକଙ୍କ ସମସ୍ୟା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ।

ଏହି ଚ୍ୟାନେଲ ର ୧ ବର୍ଷ ପୂର୍ତ୍ତି ହୋଇ ଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହିତ ଚ୍ୟାନେଲ ଅତିରଞ୍ଜିତ ଖବରଠାରୁ ଦୂରରେ ରହିବ, ଅପପ୍ରଚାର ବିରୋଧରେ ଲଢ଼େଇ କରିବ ଏଵଂ ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ୱାର୍ଥ ବିଷୟରେ ସଚେତନତା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଏହି କନକ୍ଳେଭରେ ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି, ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଓଡ଼ିଶା ମୋ ପରିବାରର ଆବାହକ  ଅରୂପ ପଟ୍ଟନାୟକଙ୍କୁ ମଧ୍ୟ ‘ଜାତି ନନ୍ଦିଘୋଷ ସମ୍ମାନ’ ପ୍ରଦାନ କରାଯାଇଥିଲା। ଏଥିସହିତ ଅଭିନେତା ସବ୍ୟସାଚୀ ମିଶ୍ର, ଜୟ ଓଡ଼ିଶାର ସଭାପତି  ରୁଦ୍ର ନାରାୟଣ ସାମନ୍ତରାୟ, ସିରାଜୁଦ୍ଦିନ କମ୍ପାନୀ ପ୍ରାଇଭେଟ୍ ଲିମିଟେଡର ଅଧ୍ୟକ୍ଷ ମହମ୍ମଦ ୟୁଶା ସିରାଜୁଦ୍ଦିନ, ଏସ୍‌ଏନ୍‌ ମହାନ୍ତି ଗ୍ରୁପ୍‌ର ଏମ୍‌ଡି  ପ୍ରବୋଧ ମହାନ୍ତି, ଫାଲକନ ମେରାଇନ ଏକ୍ସପର୍ଟ ଲିମିଟେଡର ଏମ୍‌ଡି ତାରା ପ୍ରସାଦ ପଟ୍ଟନାୟକ, ଅଭିନେତ୍ରୀ ବିଜୟଲକ୍ଷ୍ମୀ ପ୍ରହରାଜ, ବାର୍କର ଯୁବ ବୈଜ୍ଞାନିକ ଶ୍ରୀ ଓମ୍ ବିବର୍ତ୍ତ, ଐତିହାସିକ  ଅନୀଲ ଧୀର, ଟ୍ୱିଟର ଗାର୍ଲ ଚାରୁବାଳା ବାରିକ, ଐତିହ୍ୟ କର୍ମୀ  ପ୍ରତୀକ ପଟ୍ଟନାୟକ ଓ ଉତ୍କଳିକା କତାରଙ୍କୁ ମଧ୍ୟ ଏହି ସମ୍ମାନ ରେ ସମ୍ମାନିତ କରାଯାଇଛି।

Spread the love