ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ଧରି ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, ୧୭/୨:  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି । ପ୍ରଭୁଙ୍କ ଏହି ନୀତି ପାଇଁ ଅପରାହ୍ନ ୪ ଟା ରୁ ସନ୍ଧ୍ୟା  ୮ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।

ଦ୍ବିପହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଏ। ଦତ୍ତ ମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ବାରା ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁ ମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକ ଲାଗି କୁହାଯାଏ । ଏହି ରଙ୍ଗ ବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ବତନ୍ତ୍ର ସେବାୟତ ଗୋଷ୍ଠୀ ରହିଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।

ଦତ୍ତ ମହାପାତ୍ର ରଙ୍ଗ ପ୍ରସ୍ତୁତ କରି ପରେ ବିଗ୍ରହରେ ଲଗାଇଥାନ୍ତି । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୋଇଥାଏ ।

Spread the love