ମୟୁରଭଂଜ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର,୧୯/୨: ମୟୁରଭଞ୍ଜ ଜିଲ୍ଲାର ସାରସକଣାଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ମୃତକଙ୍କ ପରିବାରଲୋକଙ୍କୁ ଗଭୀର ସମବେଦନା ଜଣାଇବାସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Spread the love