ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଆଖପାଖ ଅଞ୍ଚଳରେ ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି। ଅନ୍ୟ ପକ୍ଷରେ ଦକ୍ଷିଣ ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଏବଂ ଆଖପାଖ ଅଞ୍ଚଳରେ ସମୁଦ୍ରପତନ ଠାରୁ ୦.୯ କିଲୋମିଟର ଉଚ୍ଚତାରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦୁର୍ବଳ ହୋଇ ପଡ଼ିଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା, କନ୍ଧମାଳ, ଗଜପତି ଏବଂ ବଲାଙ୍ଗୀର ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

 

Spread the love