ରାଜ୍ୟ ବଜେଟ : ଏସସିବିକୁ “ଏମ୍ସ ପ୍ଲସ” କରିବା ପାଇଁ ୫୦୦କୋଟିର ବ୍ୟୟବରାଦ, ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ଓ ସ୍ଵାସ୍ଥ୍ୟବୀମା ପାଇଁ ୯୧୬୪ କୋଟି
ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବର୍ଷ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ଆଜିର ବଜେଟ ଉପସ୍ଥାପନରେ ସ୍ବାସ୍ଥ୍ୟସେବାକୁ ବେଶ୍ ଗୁରୁତ୍ବ ଦିଆଯାଇଛି। ଓଡ଼ିଶାରେ ବିଶ୍ଵସ୍ତରୀୟ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ଲକ୍ଷ୍ୟ ନେଇ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ(ଏସସିବି)କୁ ଏକ “ଏମ୍ସ ପ୍ଲସ” ପ୍ରତିଷ୍ଠାନରେ ରୂପାନ୍ତରିତ କରାଯିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଏଥିଲାଗି ବଜେଟରେ ବ୍ୟବସ୍ଥା ରହିଛି।