ମୁକ୍ତିସଂଗ୍ରାମୀ ଯୋଦ୍ଧା ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧଦିବସ

ଭୁବନେଶ୍ୱର: ବିଶିଷ୍ଟ ମୁକ୍ତିସଂଗ୍ରାମୀ, ତ୍ୟାଗ, ସଂଘର୍ଷ ଓ ବଳିଦାନର ଅନନ୍ୟ ପ୍ରତୀକ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧଦିବସ
ଓଡ଼ିଶା ବିଧାନସଭା ପରିସରରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ପୁଷ୍ପମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଯୋଗଦେଇ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ଏବଂ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ, କିଶୋର ମହାନ୍ତି, ରମେଶ ଚନ୍ଦ୍ର ସାଏ,  ଅରବିନ୍ଦ ଢାଲି, ଉତ୍କଳ ସମ୍ମିଳନୀ  ସଭାପତି ଆଦିତ୍ୟ ବଲ୍ଲଭ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ, ଉତ୍କଳ ସମ୍ମିଳନୀ ଉପସଭାପତି ଉଷାରାଣୀ ମହାନ୍ତି ମଧ୍ୟ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ଶେଷରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ଦେଶାତ୍ମବୋଧକ ସଂଗୀତ ଗାନ କରାଯାଇଥିଲା ।

Spread the love