ପୁଣି ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଦିନକ ମଧ୍ୟରେ ପୁଣି ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮ ଜଣ ସଂଗରୋଧ କେନ୍ଦ୍ରରୁ ଥିବାବେ‌ଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୩୮ ହଜାର ୧୨୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୪୯୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୫୧ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲା‌ରେ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେ‌ଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, ମୟୂରଭଞ୍ଜରୁ ୭ ଜଣ, ସମ୍ବଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Spread the love