ମାର୍ଚ୍ଚ ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆସନ୍ତା ମାର୍ଚ୍ଚ ୨୧ ଏବଂ ୨୨ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ଗସ୍ତ ସମୟରେ ରାଷ୍ଟ୍ରପତି ରାଉରକେଲାରେ ଥିବା ଆରଏସପି ଦ୍ୱାରା ପରିଚାଳିତ ଇସ୍ପାତ ଜେନେରାଲ ହସ୍ପିଟାଲର ନବନିର୍ମିତ ୨୦୦ ଶଯ୍ୟା ବିଶିଷ୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ କରିବେ ।ତେବେ ଓଡ଼ିଶା ଗସ୍ତ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସାକ୍ଷାତ ସମୟରେ ରାଷ୍ଟ୍ରପତିଙ୍କୁ ‘ଗାମୁଛା’ ଭେଟି ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଆଠମଲ୍ଲିକର ଜଣେ ଦଳିତ କାରିଗରଙ୍କ ଦ୍ବାରା ନିର୍ମିତ ଗାମୁଛା ରାଷ୍ଟ୍ରପତିଙ୍କୁ ଭେଟି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।

Spread the love