ଆଜି କଳିଙ୍ଗ ଷ୍ଟୁଡିଓର ନବୀକରଣ କାର୍ଯ୍ୟର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଳିଙ୍ଗ ଷ୍ଟୁଡିଓକୁ ବିଶ୍ବସ୍ତରୀୟ ଷ୍ଟୁଡିଓରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥି ପାଇଁ ୨୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।  ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନବୀକରଣ କାର୍ଯ୍ୟର ଶିଳାନ୍ୟାସ କରିବେ। କୋଭିଡ୍‌ ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟକ ସିନେ କଳାକାର ଓ ସିନେ ଜଗତ ସହ ଜଡ଼ିତ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ଅବସରରେ ଷ୍ଟୁଡିଓର ନବୀକରଣ ନକ୍ସାକୁ ମଡେଲ୍‌ ଭାବେ ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ପ୍ରଦର୍ଶନ କରାଯିବ। ଆଜି ସନ୍ଧ୍ୟାରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କଳିଙ୍ଗ ଷ୍ଟୁଡିଓ ଯାଇ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଶିଳ୍ପର ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଡ୍‌କୋର ସିଏମ୍‌ଡି ସଞ୍ଜୟ କୁମାର ସିଂହ, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ନୀତିନ ଭାନୁଦାସ ଜାୱଲେ ଓ ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

Spread the love