୫ରୁ ରାଜ୍ୟର ୧୦ ଜିଲ୍ଲାରେ ଲାଗୁ ହେବ ରାତ୍ରିକାଳୀନ କର୍ଫ୍ୟୁ

ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ନେଇ ଜାରି ହୋଇଛି ନିର୍ଦ୍ଦେଶନାମା । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି ।
ତେବେ ଆସନ୍ତା ୫ ତାରିଖ ଅର୍ଥାତ ସୋମବାରଠାରୁ ଏହି କଟକଣା ଲାଗିବ । ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ ନାଇଟ୍ କର୍ଫ୍ୟୁ କଟକଣା । ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ଛାଡିଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ ବୋଲି ସୂଚନା ରହିଛି।

Spread the love